34ଯୋଥମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।
35ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।
36ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
37ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।
38ଏଥିଉତ୍ତାରେ ଯୋଥମ୍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।