13ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।
14ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।
15ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”
16ଏହିରୂପେ ଊରୀୟ ଯାଜକ ଆହସ୍ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।
17ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନ-ପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ରରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।