15ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”
16ଏହିରୂପେ ଊରୀୟ ଯାଜକ ଆହସ୍ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।
17ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନ-ପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ରରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।
18ଆଉ ସେମାନେ ବିଶ୍ରାମବାର ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।
19ଏହି ଆହସ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?