2ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
3ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ।
4ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
6ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।