1ଯିହୁଦାର ରାଜା ଆହସ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।
2ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।
3ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।