ଦ୍ୱିତୀୟ ରାଜାବଳୀ 17

ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।

2 Kings 17:10 (UKJV) And they set them up images and groves in every high hill, and under every green tree:

8ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।

9ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।

10ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।

11ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।

12ପୁଣି “ତୁମ୍ଭେମାନେ ଏହି କର୍ମ କରିବ ନାହିଁ।” ବୋଲି ସଦାପ୍ରଭୁ ଯେଉଁ ଦେବତାମାନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ସେବା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.