ଦ୍ୱିତୀୟ ରାଜାବଳୀ 17

ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।

2 Kings 17:16 (UKJV) And they left all the commandments of the LORD their God, and made them molten images, even two calves, and made a grove, and worshipped all the host of heaven, and served Baal.

14ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।

15ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।

16ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।

17ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।

18ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.