16ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।
17ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
18ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
19ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।
20ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।