ଦ୍ୱିତୀୟ ରାଜାବଳୀ 17

ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।

2 Kings 17:2 (UKJV) And he did that which was evil in the sight of the LORD, but not as the kings of Israel that were before him.

1ଯିହୁଦାର ରାଜା ଆହସ୍‌ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।

2ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।

3ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍‍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।

4ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.