19ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।
20ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
21କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।
22ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।
23ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।