21କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।
22ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।
23ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
24ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
25ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।