ଦ୍ୱିତୀୟ ରାଜାବଳୀ 17

ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।

2 Kings 17:24 (UKJV) And the king of Assyria brought men from Babylon, and from Cuthah, and from Ava, and from Hamath, and from Sepharvaim, and placed them in the cities of Samaria instead of the children of Israel: and they possessed Samaria, and dwelt in the cities thereof.

22ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।

23ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।

24ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।

25ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।

26ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.