24ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
25ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
26ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।
27ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”
28ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।