27ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”
28ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।
29ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।
30ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍ ବନୋତ୍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,
31ଓ ଅବ୍ବୀୟ ଲୋକମାନେ ନିଭସ୍ ଓ ତର୍ତ୍ତକ୍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।