36ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।
37ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।
38ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ।
39ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
40ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।