2ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।
3ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।
4ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।
5ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା।
6ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।