38ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ।
39ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
40ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।
41ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।