ଦ୍ୱିତୀୟ ରାଜାବଳୀ 17

ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।

2 Kings 17:8 (UKJV) And walked in the statutes of the heathen, whom the LORD cast out from before the children of Israel, and of the kings of Israel, which they had made.

6ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।

7ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,

8ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।

9ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।

10ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.