8ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।
9ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
10ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।
11ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।
12କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।