ଦ୍ୱିତୀୟ ରାଜାବଳୀ 18

ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।

2 Kings 18:13 (UKJV) Now in the fourteenth year of king Hezekiah did Sennacherib king of Assyria come up against all the fenced cities of Judah, and took them.

11ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।

12କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।

13ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।

14ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍‍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, “ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନି ଶହ ତାଳନ୍ତ ରୂପା ଓ ତିରିଶ ତାଳନ୍ତ ସୁନା ନିରୂପଣ କଲା।

15ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.