12କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
13ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
14ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, “ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନି ଶହ ତାଳନ୍ତ ରୂପା ଓ ତିରିଶ ତାଳନ୍ତ ସୁନା ନିରୂପଣ କଲା।
15ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।
16ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ୱାରା ମଣ୍ଡିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ।