15ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।
16ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ୱାରା ମଣ୍ଡିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ।
17ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍ଠାରୁ ତର୍ତ୍ତାନ ଓ ରବ୍ସାରୀସ୍ ଓ ରବ୍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
18ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।
19ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ “ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ‘ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?