ଦ୍ୱିତୀୟ ରାଜାବଳୀ 18

ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।

2 Kings 18:18 (UKJV) And when they had called to the king, there came out to them Eliakim the son of Hilkiah, which was over the household, and Shebna the scribe, and Joah the son of Asaph the recorder.

16ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ୱାରା ମଣ୍ଡିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ।

17ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍‍ଠାରୁ ତର୍ତ୍ତାନ ଓ ରବ୍‍ସାରୀସ୍‍ ଓ ରବ୍‍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।

18ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।

19ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ “ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ‘ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?

20ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.