1ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍ଙ୍କର ପୁତ୍ର ହିଜକୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।
3ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
4ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।