ଦ୍ୱିତୀୟ ରାଜାବଳୀ 18

ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।

2 Kings 18:23 (UKJV) Now therefore, I pray you, give pledges to my lord the king of Assyria, and I will deliver you two thousand horses, if you be able on your part to set riders upon them.

21ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ। ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।

22ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହନ୍ତି?’

23ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।

24ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?

25ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.