22ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହନ୍ତି?’
23ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
24ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?
25ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”
26ଏଥିରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”