23ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
24ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?
25ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”
26ଏଥିରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”
27ମାତ୍ର ରବ୍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”