ଦ୍ୱିତୀୟ ରାଜାବଳୀ 18

ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”

2 Kings 18:26 (UKJV) Then said Eliakim the son of Hilkiah, and Shebna, and Joah, unto Rabshakeh, Speak, I pray you, to your servants in the Syrian language; for we understand it: and talk not with us in the Jews' language in the ears of the people that are on the wall.

24ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?

25ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”

26ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”

27ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”

28ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.