ଦ୍ୱିତୀୟ ରାଜାବଳୀ 18

ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।

2 Kings 18:29 (UKJV) Thus says the king, Let not Hezekiah deceive you: for he shall not be able to deliver you out of his hand:

27ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”

28ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।

29ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।

30କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।

31ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.