ଦ୍ୱିତୀୟ ରାଜାବଳୀ 18

ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

2 Kings 18:3 (UKJV) And he did that which was right in the sight of the LORD, according to all that David his father did.

1ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍‌ଙ୍କର ପୁତ୍ର ହିଜକୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।

2ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।

3ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

4ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।

5ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.