ଦ୍ୱିତୀୟ ରାଜାବଳୀ 18

କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।

2 Kings 18:30 (UKJV) Neither let Hezekiah make you trust in the LORD, saying, The LORD will surely deliver us, and this city shall not be delivered into the hand of the king of Assyria.

28ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।

29ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।

30କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।

31ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।

32ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.