29ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।
30କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।
31ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।
32ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।
33ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?