31ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।
32ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।
33ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
34ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
35ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”