ଦ୍ୱିତୀୟ ରାଜାବଳୀ 18

ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”

2 Kings 18:35 (UKJV) Who are they among all the gods of the countries, that have delivered their country out of mine hand, that the LORD should deliver Jerusalem out of mine hand?

33ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?

34ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?

35ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”

36ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା।

37ଏଥିଉତ୍ତାରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.