4ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।
5ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।
6କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।
7ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।
8ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।