ଦ୍ୱିତୀୟ ରାଜାବଳୀ 18

ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।

2 Kings 18:8 (UKJV) He stroke the Philistines, even unto Gaza, and the borders thereof, from the tower of the watchmen to the fenced city.

6କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।

7ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।

8ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।

9ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍‍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।

10ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.