ଦ୍ୱିତୀୟ ରାଜାବଳୀ 19

ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?

2 Kings 19:12 (UKJV) Have the gods of the nations delivered them which my fathers have destroyed; as Gozan, and Haran, and Rezeph, and the children of Eden which were in Thelasar?

10“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।

11ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?

12ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?

13ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”

14ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.