ଦ୍ୱିତୀୟ ରାଜାବଳୀ 19

ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”

2 Kings 19:13 (UKJV) Where is the king of Hamath, and the king of Arpad, and the king of the city of Sepharvaim, of Hena, and Ivah?

11ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?

12ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?

13ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”

14ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।

15ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.