12ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
13ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
14ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।
15ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
16ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।