ଦ୍ୱିତୀୟ ରାଜାବଳୀ 19

ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

2 Kings 19:15 (UKJV) And Hezekiah prayed before the LORD, and said, O LORD God of Israel, which dwell between the cherubims, you are the God, even you alone, of all the kingdoms of the earth; you have made heaven and earth.

13ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”

14ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।

15ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

16ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।

17ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.