15ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
16ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
17ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,
18ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।
19ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”