1ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।
2ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ ଓ ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ।
3ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
4ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”