18ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।
19ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
20ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।
21ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
22ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!