22ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!
23ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
24ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।
25ଏହା କʼଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।
26ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।