27ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର, ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।
28ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
29ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
30ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
31କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ।