29ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
30ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
31କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ।
32ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
33ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ, ଓ ସେ ଏହି ନଗରକୁ ଆସିବ ନାହିଁ।