ଦ୍ୱିତୀୟ ରାଜାବଳୀ 19

ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ, ଓ ସେ ଏହି ନଗରକୁ ଆସିବ ନାହିଁ।

2 Kings 19:33 (UKJV) By the way that he came, by the same shall he return, and shall not come into this city, says the LORD.

31କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।

32ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।

33ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ, ଓ ସେ ଏହି ନଗରକୁ ଆସିବ ନାହିଁ।

34କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।”

35ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.