ଦ୍ୱିତୀୟ ରାଜାବଳୀ 19

ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।

2 Kings 19:36 (UKJV) So Sennacherib king of Assyria departed, and went and returned, and dwelt at Nineveh.

34କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।”

35ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।

36ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।

37ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.