35ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।
36ତହିଁରେ ଅଶୂରର ରାଜା ସନ୍ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
37ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।