ଦ୍ୱିତୀୟ ରାଜାବଳୀ 19

ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”

2 Kings 19:4 (UKJV) It may be the LORD your God will hear all the words of Rabshakeh, whom the king of Assyria his master has sent to reproach the living God; and will reprove the words which the LORD your God has heard: wherefore lift up your prayer for the remnant that are left.

2ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ ଓ ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲେ।

3ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।

4ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”

5ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।

6ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.